ବଲାଙ୍ଗୀରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ

5
(1)

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ଦୁଇଟି ହେଉଛି, ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।

ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ତେବେ ଏହାଦ୍ବାରା ୪ଟି ବ୍ଲକର ଲୋକ ଉପକୃତ ହେବେ ।

How useful was this post?

Click on a star to rate it!

Average rating 5 / 5. Vote count: 1

No votes so far! Be the first to rate this post.

Subscribe to our Newsletter

Leave a Comment