, ,

ଆସୁଛି ବାତ୍ୟା `ମିଢିଲି’

0
(0)

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ନେଇପାରେ ବାତ୍ୟାର ରୂପ  । ବାତ୍ୟାର ନାଁ ରହିବ ମିଢିଲି । ବାତ୍ୟାର ନାମକରଣ କରିଛି ମାଲଦୀପ । ବାଂଲାଦେଶରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । କାଲି ସକାଳେ ଗଭୀର ଅବପାତ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିଛି । ପ୍ରବଳ ବର୍ଷାରେ ପ୍ରଭାବିତ ହୋଇପାରେ ଧାନ ଚାଷ । ସେଥିପାଇଁ ଅମଳ ଯୋଗ୍ୟ ହୋଇଥିବା ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । କୃଷି ବିଭାଗ ସ୍ବତନ୍ତ୍ର ବୈଠକ ଡାକିବା ସହ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି  ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

Subscribe to our Newsletter

Leave a Comment