ରାଜନୀତି

ଜୁନ୍ ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ବାଚସ୍ପତି ପଦ ପାଇଁ ଆସନ୍ତା ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ। ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ବାଚସ୍ପତି ନିର୍ବାଚନ ନେଇ ଶୁକ୍ରବାର ଦିନ ପ୍ରାର୍ଥୀପତ୍ର ଦାଖଲ କରାଯିବ । ତେବେ ଶାସକ ଦଳ ପକ୍ଷରୁ କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ବିଜେଡିର ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ପରବର୍ତ୍ତୀ ବାଚସ୍ପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।
ତେବେ ଓଡିଶା ବିଧାନସଭାର ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡିର ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ନାମାଙ୍କନ ଦାଖଲ କରିପାରନ୍ତି । ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲି ରହିଛି । ଗତ ୪ ତାରିଖ ଦିନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଇସ୍ତଫା ଦେଇଥିଲେ ।