ରାଜ୍ୟ

ଇଣ୍ଡିଆ ରିଜର୍ଭ ବାଟାଲିଅନରେ ଭର୍ତ୍ତି ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୬୬୩ ପଦବୀକୁ ମଞ୍ଜୁରୀ ମିଳିଛି । ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି ।
ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଆହୁରି ୧୩୨ଟି ପଦବୀ ଆଉଟ୍ ସୋର୍ସିଂ ଜରିଆରେ ମଧ୍ୟ ପୂରଣ ହେବା ନେଇ ସୂଚନା ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ) ର ପ୍ରକାଶନ ଅନୁଯାୟୀ, ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।
ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍ପେକ୍ଟର (WT)-୧, ସବ୍ଇନିସ୍ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।