ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି ।ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି ।