ରାଜ୍ୟ
June 22, 2022
33

ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ବର, କଟକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଆକାଶରେ ପ୍ରବଳ ମେଘ ଘୋଟି ଅସିଥିବା ସହ ଜୋରରେ ବର୍ଷା ହେଉଛି
ଯାହା ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି ।
ଅଧିକାଂଶ ସ୍ଥାନରେ ୭୦ ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ଥିବା ଟ୍ୱିଟ୍ କରି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ସୁଦ୍ଧା ସ୍ବାଭାବିକଠାରୁ ୩୮ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।