ଶିକ୍ଷା

ଆଜିଠୁ ଆରମ୍ଭ ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା

0
(0)

ଆଜିଠୁ ଆରମ୍ଭ ହେବ ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା । ମାର୍ଚ୍ଚ ୧୩ ଯାଏଁ ଦଶମ ଓ ଏପ୍ରିଲ ୨ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳ କେବଳ ଆର୍ଟ ଓ ଅନ୍ୟାନ୍ୟ ଧନ୍ଦାମୂଳକ ବିଷୟକୁ ବାଦ ଦେଲେ ପ୍ରତି ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ୩ ଘଣ୍ଟା ସମୟ ମିଳିବ । ଛାତ୍ରଛାତ୍ରୀମାନେ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ।

ଚଳିତବର୍ଷ ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ସିବିଏସଇ ବୋର୍ଡ ପରୀକ୍ଷା ଦେଉଛନ୍ତି । ଓଡ଼ିଶାରୁ ପ୍ରାୟ ଏକ ଲକ୍ଷ ଛାତ୍ରଛାତ୍ରୀ ଉଭୟ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା ଦେଉଛନ୍ତି । ପରୀକ୍ଷା ନିୟମାବଳୀ ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଯାଇଛି । ପରୀକ୍ଷା ସୁଚାରୁରୂପେ ପରିଚାଳନା ପାଇଁ ସମସ୍ତ ପ୍ରକାରର ବନ୍ଦବୋସ୍ତ କରାଯାଇଛି ବୋଲି ସିବିଏସଇ ପକ୍ଷରୁ କୁହାଯାଇଛି । ପରୀକ୍ଷା ପୂର୍ବରୁ ବିଭିନ୍ନ ସ୍ଥାନରେ ପ୍ରଶ୍ନପତ୍ର ପ୍ରଘଟ ନେଇ ଗୁଜବ କରାଯାଉଛି । ଫେକ୍ ନ୍ଯୁଜ ଓ ଗୁଜବ ପ୍ରତି ସଚେତନ ରହିବାକୁ ସିବିଏସଇ ଅପିଲ କରିଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE

Leave a Reply