ଆଜି ଏହି ଜିଲ୍ଲାରେ ସ୍କୁଲ ଛୁଟି
ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା ।ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଆଜି ସମ୍ବଲପୁର , ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା, ଭଦ୍ରକ, ଦେବଗଡ଼, କଳାହାଣ୍ଡି, ସୋନପୁର ଜିଲ୍ଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ନୂଆପଡ଼ାରେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ସେହିପରି ଯାଜପୁର ଜିଲ୍ଲାର ୪ଟି ବ୍ଲକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି ।
