କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର
କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଲେ ମନୋଜ । ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ମନୋଜ ।କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି ।
ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି ।
ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ । ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର ।
Related posts:
ଆଜି ବି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜJanuary 15, 2025
ବିସ୍କୁଟ ପ୍ୟାକେଟରେ ୪ କୋଟିର ନିଶାJanuary 15, 2025
କେନ୍ଦୁଝର ପାଇଁ ବଡ଼ ଘୋଷଣା , ନିର୍ମାଣ ହେବ ମେଗା ଷ୍ଟିଲ ପ୍ଲାଣ୍ଟJanuary 15, 2025
ଜନସାଧାରଣଙ୍କ ପାଇଁ ଖୋଲିଲା ରାଜଭବନ ଉଦ୍ୟାନJanuary 14, 2025
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀରJanuary 14, 2025
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025