କୌଣସି ସଂଗ୍ରହାଳୟର ଟିକେଟ ୧୦ ଟଙ୍କାରୁ ଅଧିକ ହେବ ନାହିଁ
ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି।ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ଏତଦ୍ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଆମ ରାଜ୍ୟରେ ଥିବା ସଂଗ୍ରହାଳୟଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।