ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର
ରାଜ୍ୟରେ IPHS ନିୟମ ଅନୁସାରେ ହଜାରେ ରୋଗୀରେ ଶଯ୍ୟା ସଂଖ୍ୟା ୧ ପ୍ରତିଶତ ରହିବା କଥା । ଯାହାକୁ ହାସଲ କରିବା ଦିଗରେ ରାଜ୍ୟ ସରକାର କାମ ଚଳାଇଛନ୍ତି ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ।
ଖୁବଶୀଘ୍ର ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ନିଯୁକ୍ତି ପାଇବେ ୫ ହଜାର ଡାକ୍ତର । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରକୁ ଡାକ୍ତର ଦିଆଯିବ ବୋଲି ଗୃହରେ ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ।
ସେହିପରି ବର୍ତ୍ତମାନ ରାଜ୍ୟରେ ପ୍ରତି ହଜାରେ ରୋଗୀରେ ୦.୭% ଶଯ୍ୟା ଅଛି ।