ନବମ, ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ
୨୦୨୩-୨୪ ବଜେଟରେ ରାଜ୍ୟ ସରକାର ଶିକ୍ଷାକ୍ଷେତ୍ର ପାଇଁ ୩୦ ହଜାର ୩୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ସେଥିରେ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୫୨୮ କୋଟି ଟଙ୍କା ରହିଛି । ସେହିପରି ଉଚ୍ଚଶିକ୍ଷା ବିଭାଗ ପାଇଁ ୩ ହଜାର ୧୭୩ କୋଟି ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପାଇଁ ୯୮୬ କୋଟି ଟଙ୍କା ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନାମରେ ଆରମ୍ଭ ହେବାକୁ ଥିବା ନୂଆ ଯୋଜନା ପାଇଁ ୧୩୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ରାଜ୍ୟ ସରକାର ବଜେଟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ବ୍ୟବସ୍ଥା କରିଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ । ଏଥିପାଇଁ ସହାୟତା ରାଶି ୬ଶହ ଟଙ୍କା ମିଳୁଥିଲା ବେଳେ ଏବେ ଏକ ହଜାର ଟଙ୍କା ମିଳିବ ।
ଏଥିସହ ସାଇକେଲ ପାଇଁ ପିଲାଙ୍କୁ ୩୫୦୦ ଟଙ୍କା ମିଳିବ । ପୂର୍ବରୁ ସାଇକେଲ ବାବଦକୁ ୨୬୦୦ ଟଙ୍କା ମିଳୁଥିଲା ।
