ପୁରୀରେ ଚାଲିଛି ଦେଵଦିପାବଳୀ
ଶ୍ରୀ ମନ୍ଦିରରେ 3 ଦିନ ଧରି ଚାଲିଛି ଦେବ ଦେଵଦିପାବଳୀ। ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି ମହାପ୍ରଭୁ। ଆଜି ଦ୍ଵିତୀୟ ଦିନ ଅର୍ଥାତ ଅମାବାସ୍ୟା ତିଥିରେ ତ୍ରତୈୟା ଯୁଗର ପିତାମାତା ଦଶରଥ ଓ କୌଶଲ୍ୟାଙ୍କ ଉଦ୍ୟେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଅର୍ପଣ କରିବେ। ସେହିଭଳି ଆସନ୍ତା କାଲି ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି । ଏହି ଗୁଡିକରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ।