ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଅବତରଣ କରିବାପରେ ସେଠାରୁ ହେଲିକପ୍ଟରରେ ଆସି ଅସ୍ଥାୟୀ ହେଲିପ୍ୟାଡ୍ରେ ଅବତରଣ କରି ନିକଟରେ ଥିବା ସରବାହାଲ ହାଇସ୍କୁଲ ପଡ଼ିଆକୁ ଯାଇ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇଥିଲେ।
ସେ ନବଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାପୂର୍ବରୁ ସେ ନବ କିଶୋର ଦାସଙ୍କ ପତ୍ନୀ ଝିଅ ଦିପାଳି ଓ ପୁଅ ବିଶାଲଙ୍କୁ ଭେଟି ସମବେଦନା ଜଣାଇଥିଲେ।