ଜାତୀୟ

ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ଥ , ଚାଲିଗଲା ୩୨ ଜୀବନ

0
(0)

ନେପାଳର ପୋଖରେ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ଦୁର୍ଘ‌ଟଣାରେ ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବିମାନ। ଦୁର୍ଘଟଣାଗ୍ରସ୍ଥ ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ ମଧ୍ୟରୁ ଏଯାଏ ୩୨ ଜଣଙ୍କ ମୃତଦେହ ମିଳିଛି। ବାକି ଲୋକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ବିମାନଟି କାଠମାଣ୍ତୁରୁ ପୋଖରା ଯାଉଥିବା ବେଳେ ଏପରି ଘଟଣା ଘଟିଛି।

ନେପାଳ ବିମାନଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁସାରେ, ୟେତି ଏୟାରଲାଇନ୍ସର ୯ଏନ-ଏନସି ଏଟିଆର-୭୨ ବିମାନଟି ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିନ ୧୦.୩୩ରେ କାଠମାଣ୍ଡୁରୁ ଉଡ଼ାଣ ଭରିଥିଲା।

ଏହା ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବାର ଥିଲା। ତେବେ ଉଡ଼ାଣ ଆରମ୍ଭ ହେବାର ୨୦ ମିନିଟ୍‌ ପରେ ବିମାନଟି ପୁରୁଣା ଏୟାରପୋର୍ଟ ଓ ନୂଆ ଏୟାରପୋର୍ଟ ମଧ୍ୟରେ ଥିବା ସେତି ନଦୀ କୂଳରେ ଖସି ପଡ଼ିଥିଲା। ଫଳରେ ଏଥିରେ ନିଆଁ ଲାଗି ଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE

Leave a Reply

Your email address will not be published. Required fields are marked *