ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି ମହେନ୍ଦ୍ର କୁମାର ସେଠୀ।କେନ୍ଦୁଝର ଜିଲ୍ଲା ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣି ମହେନ୍ଦ୍ର କୁମାର ସେଠୀ ଭିଜିଲାନ୍ସ ହାତରେ ।
ଭିଜିଲାନ୍ସର ଟିମ୍ ତାଙ୍କର ଚମ୍ପୁଆ ସରକାରୀ କାର୍ଯ୍ୟାଳୟ , ବାସଭବନ ସମେତ ଯାଜପୁର ଜିଲ୍ଲାର ନିଜ ଘରେ ମଧ୍ୟ ଏକକାଳୀନ ଚଢ଼ାଉ କରାଯାଉଛି।
ଚଢ଼ାଉ ଚାଲିଥିବାରୁ ଅଧିକ ତଥ୍ୟ ମିଳିପାରି ନାହିଁ।ଛୁଟି ଦରମା କରାଇଦେବା ପାଇଁ ଜଣେ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି।