ଶିକ୍ଷକଙ୍କୁ ନିଲମ୍ବିତ ପାଇଁ ପ୍ରସ୍ତୁତ ହେଉଛି ଚିଠା
ଶିକ୍ଷା ବିଭାଗ ୪୦ ଜଣ ଶିକ୍ଷକ ନିଲମ୍ବିତ ହୋଇ ସାରି ଥିବା ବେଳେ ଆଉ ୯୬ ଶିକ୍ଷକଙ୍କ ତାଲିକା ପ୍ରସ୍ତୁତ କରିଛି ଶିକ୍ଷା ବିଭାଗ ।
ସେମାନଙ୍କ ପତ୍ତା ମିଳୁ ନ ଥିବା ବେଳେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।
୨ ଥର ନୋଟିସ ଦିଆଯିବା ପରେ ବି ସେମାନେ କାର୍ଯ୍ୟରେ ଯୋଗ ଦେଉ ନାହାନ୍ତି। କେବଳ ସେତିକି ନୁହେଁ, ଜିଲ୍ଲାପାଳଙ୍କ ଦ୍ୱାରା ଯେଉଁମାନେ ଶିକ୍ଷା ସହାୟକ ଭାବେ ନିଯୁକ୍ତି ପାଇଛନ୍ତି, ଚୁକ୍ତି ସରିଯିବା ପରେ ପୁନଃ ଚୁକ୍ତି କରିବାକୁ ସେମାନେ ଆସୁ ନାହାନ୍ତି।