ଶେଷରେ ପଞ୍ଚଭୂତରେ ବିଲୀନ ହେଲେ ନବ କିଶୋର ଦାସ
ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ଝାରସୁଗୁଡାରୁ ଵିଧାୟକ ଥିବା ନବ ଦାସ ଶେଷରେ ପଞ୍ଚଭୂତରେ ବିଲୀନ ହୋଇଛନ୍ତି |ମନ୍ତ୍ରୀ ନବ ଦାସଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଆଜି ଝାରସୁଗୁଡାବାସୀ ତାଙ୍କର ପ୍ରିୟ ନେତାଙ୍କୁ ଅଶ୍ରୁଳ ବିଦାୟ ଜଣାଇଛନ୍ତି |
ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି |
ଝାରସୁଗୁଡ଼ାର ମନମୋହନ ଏମଇ ସ୍କୁଲ ପଡ଼ିଆରେ ନବ ଦାସଙ୍କ ଶେଷ ଦର୍ଶନ ଲାଗି ସମର୍ଥକ ଓ ଶୁଭେଚ୍ଛୁମାନଙ୍କ ଭିଡ଼ ଲାଗି ରହିଥିଲା।ସେଠାରେ ନବଙ୍କ କନ୍ୟା ଓ ପୁଅ ବି ଉପସ୍ଥିତ ଅଛନ୍ତି।
ଏହାଛଡ଼ା ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଟୁକୁନି ସାହୁ, ନିରଂଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକ ମେୟର ସୁବାସ ସିଂହଙ୍କ ସମେତ ବିଜେଡିର ବହୁ ତୁଙ୍ଗ ନେତା ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା ।