ଶିକ୍ଷା

ପ୍ରଥମ ବାର୍ଷିକୀରେ ଭିତ୍ତିପ୍ରସ୍ତର ସ୍ଥାପନ ହେବ ୫୦୦ ବିଦ୍ୟାଳୟ

0
(0)

 

ଗ୍ରାମାଞ୍ଚଳର ଶିକ୍ଷା ଭିତ୍ତିଭୂମିକୁ ଶକ୍ତିଶାଳୀ କରିବା ଉଦ୍ଦେଶରେ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ସରକାର ରାଜ୍ୟବ୍ୟାପି ୫୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଆଗାମୀ ସପ୍ତାହରେ ଭିତ୍ତିପ୍ରସ୍ତର ସ୍ଥାପନ କରିବାକୁ ଯାଉଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାରର ପ୍ରଥମ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୨ ତାରିଖ ଦିନ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଅଧୀନରେ ୫୦୦ ବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିବେ। ଏହି ଯୋଜନା ଅଧୀନରେ ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

ରାଜ୍ୟର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE