ରାଜ୍ୟ

ଆସନ୍ତା ୨୦ରେ ଟ୍ୱିନ ସିଟିରେ ବନ୍ଦ ରହିବ ସ୍କୁଲ

0
(0)

ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକରେ ସ୍କୁଲ ଛୁଟି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଦୃଷ୍ଟିରୁ ଦୁଇ ସହରରେ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସିବେ । ସେଦିନ ସେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ଥିବାବେଳେ ଟ୍ରାଫିକ୍‌ ସମସ୍ୟା ଆଶଙ୍କା କରି ସ୍କୁଲ୍‌ ଛୁଟି ପାଇଁ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ଜୁନ୍ ୨୦ ତାରିଖ ଦିନ ୩ଟା ୪୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ଟା ୪୫ରୁ ୪ଟା ୧୫ ଯାଏଁ ବିମାନବନ୍ଦରରୁ ଜନତା ମଇଦାନ ସଭାସ୍ଥଳୀ ପର୍ଯ୍ୟନ୍ତ ରୋଡ ସୋ’ କରିବେ । ଏହା ପରେ ଅପରାହ୍ନ ସାଢେ ୫ଟା ଯାଏ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ସ୍ଥଳ ଜନତା ମଇଦାନରେ ରହିବେ । ଏହି ଦୃଷ୍ଟିରୁ ଟ୍ରାଫିକ୍‌ ସମସ୍ୟା ଆଶଙ୍କା କରି ଭୁବନେଶ୍ୱର ଓ କଟକ ମହାନଗରରେ ସ୍କୁଲ ଛୁଟି କରିବାକୁ ଗଣ ଶିକ୍ଷା ବିଭାଗ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE