ରାଜ୍ୟସ୍ୱତନ୍ତ୍ର

କାଲି ଭୁବନେଶ୍ବରରେ ହାଫ୍ ଡେ’ ଅଫିସ୍

0
(0)

 ଆସନ୍ତାକାଲି ଦ୍ବିତୀୟାର୍ଦ୍ଧରେ ଭୁବନେଶ୍ବରରେ ଥିବା ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଛୁଟି ରହିବ। କାଲିର କାର୍ଯ୍ୟକ୍ରମ ପାଇଁ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା  ବନ୍ଦ ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।ମୋଦିଙ୍କ ରୋଡ୍‌ ସୋ’ ରୁଟ୍‌ ଓ ଜନତା ମଇଦାନ ସମାରୋହ ସ୍ଥଳରେ ପ୍ରାୟ ୧୩୩ ପ୍ଲାଟୁନ୍‌ ପୋଲିସ ଫୋର୍ସ ଜଗିବେ। ଆଜି ପ୍ରଧାନମନ୍ତ୍ରୀଙ୍କ କାରକେଡ୍‌ ରିହର୍ସାଲ କରାଯିବ। ୨୦ ତାରିଖ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ଯାଏ ପ୍ରାୟ ୩ ଘଣ୍ଟା ବିମାନବନ୍ଦରରୁ ଏଜି ଛକ, ରାଜଭବନ ଗୋଲେଇ, ଜୟଦେବ ବିହାର ଓ ଜାଭିୟର ଛକ ରାସ୍ତା ବନ୍ଦ ରହିବ।

 

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE