ରାଜ୍ୟରେ ଆଜିଠୁ ଖୋଲିଲା ସ୍କୁଲ
ରାଜ୍ୟରେ ଆଜିଠୁ ଖୋଲିଲା ସ୍କୁ
ସରିଲା ଖରାଛୁଟି । ରାଜ୍ୟରେ ଆଜିଠୁ ଖୋଲିଲା ସ୍କୁଲ । ଆଜି ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ଟ୍ୱିନ୍ସିଟି କଟକ-ଭୁବନେଶ୍ୱରରେ ସ୍କୁଲ ବନ୍ଦ ରହିଛି । ସେପଟେ ବିଭିନ୍ନ ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲୁଥିବାବେଳେ କାଲି ଯାଏଁ ଭଦ୍ରକ, ୨୪ ଯାଏଁ ଯାଜପୁରରେ ସବୁ ସ୍କୁଲ ଛୁଟି ରହିବ।
ଏହି ଦୁଇ ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତିକୁ ନଜରରେ ରଖି ସବୁ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଭଦ୍ରକରେ ୨୧ ତାରିଖ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଅଙ୍ଗନବାଡ଼ି କେନ୍ଦ୍ର, ସମସ୍ତ ସ୍କୁଲ୍ ଓ କଲେଜ ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି ।
