ରାଜ୍ୟ

ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ପରଲୋକ

0
(0)

ଆଉ ନାହାନ୍ତି ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କି । କିଛି ମାସ ହେବ ଅସୁସ୍ଥ ଥିଲେ ଜର୍ଜ ତିର୍କି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ତାଙ୍କର ଦେହାନ୍ତ ହୋଇଛି । ୬୭ ବୟସରେ ଆଖି ବୁଜିଛନ୍ତି ଜର୍ଜ ତିର୍କି । ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଭାବେ ସେ ପରିଚିତ ଥିଲେ । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି । ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି । ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ପୈତୃକ ଗାଁ ଝୁନମୁରରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହେବା ନେଇ ସୂଚନା ମିଳିଛି ।

ପ୍ରାୟ ୩ ମାସ ହେବ ଅସୁସ୍ଥ ଥିଲେ ଜର୍ଜ ତିର୍କି । ଗୁରୁବାର ଅପରାହ୍ନରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା । ୪ ଥର ବିଧାୟକ ଥିଲେ ଜର୍ଜ । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ରେ ବିଧାୟକ ନିର୍ବାଚିତ ହୋଇଥିଲେ । ଜେଏମ୍‌ଏମ୍‌ରୁ ୨ ଥର, ଥରେ ସ୍ୱାଧୀନ ଓ ଥରେ ସମତା କ୍ରାନ୍ତି ଦଳରୁ ଜିତି ବିଧାୟକ ହୋଇଥିଲେ । ଜର୍ଜ ତୀର୍କି ରାଜ୍ୟ ରାଜନୀତିରେ ସମତା କ୍ରାନ୍ତି ଦଳର କାର୍ଯ୍ୟକର୍ତ୍ତା ଭାବେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ ।

ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି, ”ବରିଷ୍ଠ ରାଜନେତା ତଥା ସୁନ୍ଦରଗଡ଼ ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଜନସେବା କ୍ଷେତ୍ରରେ ତାଙ୍କର ଜୀବନବ୍ୟାପୀ ଅବଦାନ ଅତୁଳନୀୟ । ଲୋକଙ୍କ କଲ୍ୟାଣ ପାଇଁ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।”

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE