ରାଜ୍ୟ

ଆଜିଠାରୁ ୩୦ ତାରିଖ ଯାଏ ୮ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ

0
(0)

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ମୋନ୍ଥାର ପ୍ରଭାବକୁ ଆଖି ଆଗରେ ରଖି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଆଜିଠାରୁ ୩୦ ତାରିଖ ଯାଏ ୮ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିବ ।

ମାତ୍ର ଏହି ସବୁ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି।

ଏନେଇ ସ୍ବତନ୍ତ୍ର ରିଲିଫ୍ କମିସନର୍ ଦେଓରଂଜନ ସିଂହ ସୂଚନା ଦେଇଛନ୍ତି । ଏଣେ ବର୍ଷା ସମୟରେ ଘରୁ ନ ବାହାରିବାକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅନୁରୋଧ କରିଛନ୍ତି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE