ରାଜ୍ୟ

୧୫ ହଜାର ଟଙ୍କା ନେବା ବେଳେ ଧରାପିଡ଼ିଲେ ବାମରା ତହସିଲଦାର

0
(0)

ଲାଞ୍ଚ ନେବା ସମୟରେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ସୂଚନା ରହିଛି। ସୂଚନା ଅନୁସାରେ ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ। ମାତ୍ର ଉକ୍ତ କାର୍ଯ୍ୟ ପାଇଁ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ।

ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ତହସିଲଦାରଙ୍କ ଡ୍ରାଇଭର ଥିବା ପ୍ରବିନ କୁମାର ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ଲାଞ୍ଚ ପାଇଁ ୧୫ ହଜାର ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ। ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଥିବା ପ୍ରବିନ କୁମାରଙ୍କୁ ଅଟକ ରଖି ସମ୍ବଲପୁରକୁ ନେଇଥିବା ଜଣାପଡିଛି। ଘଟଣାର ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE