ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶି
ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ୍ ଆଦମୀ ପାର୍ଟିର ଫାୟାରବ୍ରାଣ୍ଡ୍ ନେତ୍ରୀ ଆତିଶି ମାର୍ଲେନା । ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶି। ବିଜେପିର ସୁଷମା ସ୍ବରାଜ ଓ କଂଗ୍ରେସର ଶିଲା ଦିକ୍ଷୀତଙ୍କ ପରେ ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆଜି ସେ ଶପଥ ନେବାକୁ ଯାଉଛନ୍ତି । ଆଜି ଅପରାହ୍ଣ ୪ଟା ୩୦ରେ ଦିଲ୍ଲୀ ରାଜଭବନରେ ଆୟୋଜିତ ହେବ ଶପଥ ଗ୍ରହଣ ସମାରୋହ ।
ଆତିଶିଙ୍କ ସହ ଆପ୍ ର ୫ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେବେ। ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅରବିନ୍ଦ କେଜରିୱାଲଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ସହ ଆତିଶିଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି। ଶିକ୍ଷା, ପୂର୍ତ୍ତ, ସଂସ୍କୃତି ଓ ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସମେତ ପୂର୍ବରୁ ସେ ଦିଲ୍ଲୀ ସରକାରରେ ଅନେକ ବିଭାଗର ଦାୟିତ୍ୱ ତୁଲାଇଛନ୍ତି । ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ପ୍ରାୟ ୬ ମାସ ପରେ ବେଲ୍ ରେ ମୁକୁଳିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ କେଜରିୱାଲ ।