ରାଜ୍ୟ

ଏପ୍ରିଲ ପହିଲାରୁ ସାରା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର

0
(0)

ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯିବ ।

ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩ କୋଟି ୪୬ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ। ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE