ରାଜ୍ୟ

ନୂଆପଡ଼ା ଉପ ନିର୍ବାଚନରେ ବାଜି ମାରିଛି ବିଜେପି

0
(0)

ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏହି ଆସନରୁ ୮୩ ହଜାର ୭୪୮ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ବିଜୟ ପରେ ବିଜେପି ପ୍ରାର୍ଥୀଙ୍କ ସେଲିବ୍ରେସନ ଦେଖିବାକୁ ମିଳିଛି । ଜୋୟ ଢୋଲକିଆ ଏକ ବଡ଼ ଭୋଟ ବ୍ୟବଧାନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ପଛରେ ପକାଇଦେଇଥିଲେ ।

ଏକତରଫା ଭାବେ ବିଜେପି ନୂଆପଡ଼ାରେ ବିଜୟ ହାସଲ କରିଛି । ଜୟ ଢୋଲକିଆ ମୋଟ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ୪୦ ହଜାର ୧୨୧ ଖଣ୍ଡ ଭୋଟ ପାଇଛନ୍ତି ।

ସେହିପରି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୩୮ ହଜାର ୪୦୮ ଖଣ୍ଡ ଭୋଟ ପାଇଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଏହି ଉପ ନିର୍ବାଚନରେ ବିଜେଡି ପ୍ରଥମଥର ପାଇଁ ତୃତୀୟ ସ୍ଥାନରେ ରହିଛି । ବିଜେଡିକୁ ଟପି କଂଗ୍ରେସ ଦ୍ବିତୀୟ ସ୍ଥାନ ହାସଲ କରିଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE