ରାଜ୍ୟ

ପୁରୀ ନାବାଳକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

0
(0)

ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି। ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବାବେଳେ ବୋଲେରୋ ଚାଳକଙ୍କୁ କାବୁ କରିଥିଲେ। ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE