ଜାତୀୟ

ମୁମ୍ବାଇରେ ଆୟୋଜିତ ‘India Chem 2024’ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

0
(0)

ମୁମ୍ବାଇରେ ଆୟୋଜିତ ହେଉଛି ‘India Chem 2024’ । କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି. ନଡ୍ଡା ଏଥିରେ ଅଧ୍ୟକ୍ଷତା କରିଛନ୍ତି । ଓଡ଼ିଶା, ମଧ୍ୟପ୍ରଦେଶ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିରେ ଯୋଗ ଦେଇଛନ୍ତି । ବୈଠକରେ ସାର ଓ ରାସାୟନିକ ଶିଳ୍ପକୁ ନୂଆ ଦିଶା ଦେଖାଇବାକୁ ଗୁରୁତ୍ବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁମ୍ବାଇ ଠାରେ ଆୟୋଜିତ ‘India Chem 2024’ ରେ ପ୍ରମୁଖ ନେତୃତ୍ଵଙ୍କ ସହ ଯୋଗଦେଲି । ଦେଶରେ ରାସାୟନିକ ଉଦ୍ଯୋଗ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି, ନିବେଶ ସମ୍ଭାବନା, ନିଯୁକ୍ତି ପ୍ରଦାନ ଭଳି ଅନେକ ଗୁରୁତ୍ଵପୂର୍ଣ୍ଣ ବିଷୟରେ ସଫଳ ଆଲୋଚନା କରାଯାଇଛି । ବିଶ୍ବରେ ରାସାୟନିକ ଉଦ୍ଯୋଗ କ୍ଷେତ୍ରରେ ଭାରତର ବିଶେଷ ଯୋଗଦାନ ରହିଛି । ନୂତନ ସମ୍ଭାବନାକୁ ପ୍ରୋତ୍ସାହନ, ବୈଦେଶିକ ରାସାୟନିକ ଉଦ୍ଯୋଗକୁ ନିବେଶ ସୁଯୋଗ ପ୍ରଦାନ ପାଇଁ ସରକାର ସମସ୍ତ ସହଯୋଗ ଯୋଗାଇ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ଵରେ ଭାରତକୁ ବିଶ୍ଵର ରାସାୟନିକ ଉଦ୍ୟୋଗର କେନ୍ଦ୍ରବିନ୍ଦୁ କରିବା ନିମନ୍ତେ ଅନେକ ଯୁଗାନ୍ତକାରୀ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ‘ପୂର୍ବୋଦୟ ବିକାଶ’ର ସ୍ଵପ୍ନକୁ ସାକାର କରିବା ନିମନ୍ତେ ଓଡ଼ିଶା ମଧ୍ୟ ନିଜର ଯୋଗଦାନକୁ ଆହୁରି ସଶକ୍ତ କରିଛି । ରାସାୟନିକ କ୍ଷେତ୍ରରେ ନୂତନ ଉଦ୍ଯୋଗ ସହିତ ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉଛି । ଏହାକୁ ଆହୁରି ତ୍ୱରାନ୍ୱିତ କରିବା ନିମନ୍ତେ ‘ଉତ୍କର୍ଷ ଓଡ଼ିଶା ସମ୍ମିଳନୀ’ ଆୟୋଜନ କରିବାକୁ ଯାଉଛି । ନିବେଶକଙ୍କ ନିମନ୍ତେ ଓଡ଼ିଶାକୁ ଦେଶର ଏକ ପ୍ରମୁଖ ନିବେଶ ସ୍ଥଳରେ ପରିଣତ କରିବା ପାଇଁ ଆମେ ପ୍ରତିବଦ୍ଧ । ଯାହାକି ଆଗାମୀ ଦିନରେ ବିକଶିତ ଭାରତ ଏବଂ ବିକଶିତ ଓଡ଼ିଶା ନିର୍ମାଣରେ ପ୍ରମୁଖ ଭୂମିକା ନେବା ସହିତ ଭାରତର ଆର୍ଥିକ ପ୍ରଗତିରେ ନିଶ୍ଚୟ ସହାୟକ ହେବ ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE

Leave a Reply