ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିୀପତ୍ର ପ୍ରତ୍ୟାହାରର ଶେଷ ଦିନ । ସେପେଟ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି ।
ମୋଟ୍ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ନାମାଙ୍କନପତ୍ର ନାକଚ ହୋଇଛି । ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରାଙ୍କ ସହ ୩ ଜଣ ସ୍ୱାଧୀନ ପ୍ରାର୍ଥୀ ପୁରୁଷୋତ୍ତମ ବେହେରା, କମଳ ଛତ୍ରିଆ ଏବଂ ଭୁଜବଳ ଆଡ଼ବଙ୍ଗାଙ୍କ ପ୍ରାର୍ଥିତ୍ୱ ନାକଚ ହୋଇଛି ।ଜମୁଛି ନୂଆପଡ଼ା ଉପନିର୍ବାଚନ ପ୍ରଚାର ।
ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ । ସରିଛି ଯାଞ୍ଚ ପ୍ରକ୍ରିୟା । ୧୪ ପ୍ରାର୍ଥୀଙ୍କ ମଧ୍ୟରୁ କିଏ ପ୍ରତ୍ୟାହାର କରିବେ, କିଏ ଲଢ଼ିବେ । ତାକୁ ନେଇ ଚାଲିଛି ଅଙ୍କକଷା । ୩ ରାଜନୈତିକ ଦଳ କିନ୍ତୁ ପ୍ରଚାରରେ ବ୍ୟସ୍ତ । ସେପଟେ ୨,୩ ଦିନ ଭିତରେ ଯିବେ ମୁଖ୍ୟମନ୍ତ୍ରୀ । ଖୁବଶୀଘ୍ର ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
