ରାଜ୍ୟ

ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

0
(0)

ଭୁବନେଶ୍ବରର ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାର ହେବ ବିଚାର ବିଭାଗୀୟ ତଦନ୍ତ । ମଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଲୋକସେବା ଭବନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ଚିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ବିଚାରପତି ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ ହେବ। ୬୦ ଦିନ ଭିତରେ ରିପୋର୍ଟ ପ୍ରଦାନ କରିବେ ତଦନ୍ତ କମିଶନ । ଏହା ସହିତ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଥିବା ସୂଚନା ମିଳିଛି । ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଅଭିଯୁକ୍ତ ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯିବା ସହ ସେମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE

Leave a Reply