ରାଜ୍ୟ

ଆକ୍ସନ ମୋଡରେ ସିଏମଓ

0
(0)

ଆକ୍ସନ୍ ମୋଡରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ। ଜନଶୁଣାଣିରେ ଲୋକମାନେ ଆଣୁଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ବା ସିଏମ୍ଓ ପକ୍ଷରୁ ଚିଠି ହୋଇଛି । ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି, ପୋଲିସ ଡିଜି, ପୋଲିସ କମିଶନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ହୋଇଛି ।

କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ଅନ ଦି ସ୍ପଟ୍ ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି । ଆଜି ସୁଦ୍ଧା ୯ଥର ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE