ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା ବାତ୍ୟା । ଗଭୀର ଅବପାତ ପରିଣତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଅଞ୍ଚଳରେ ବାତ୍ୟାର ରୂପ ନେଇଛି ।
ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ତାମିଲନାଡ଼ୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବା ସମ୍ଭାବନା ରହିଛି ।ତେବେ ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡୁ ନଥିବା ବେଳେ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ତାମିଲନାଡୁ ଓ ଆନ୍ଧ୍ରରେ ରହିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି ।
ତେବେ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୩୦ରୁ ଡିସେମ୍ବାର ୨ ତାରିଖ ଭିତରେ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି କିଛି ଜିଲ୍ଲା ମାନଙ୍କରେ ସାମନ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି ।
