ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ
ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଅଗଷ୍ଟ ୭ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ତାରିଖ ନାମାଙ୍କନର ଶେଷ ତାରିଖ । ସେହିପରି ଅଗଷ୍ଟ ୨୫ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ସୂଚନା ଅନୁଯାୟୀ, ସେପ୍ଟେମ୍ବର ୯ ତାରିଖ ସକାଳ ୧୦ଟାରୁ ସଂଧ୍ୟା ୫ଟା ଯାଏଁ ଭୋଟ୍ ଗ୍ରହଣ ହେବ । ଏହାପରେ ଫଳାଫଳ ଘୋଷଣା ହେବ । କାର୍ଯ୍ୟକାଳ ଶେଷ ହେବାରୁ ପୂର୍ବରୁ ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ହେବା ପରେ ଏହି ପଦ ଖାଲିପଡ଼ିଛି ।
