ରାଜ୍ୟ

ପଞ୍ଚଭୂତରେ ବିଲୀନ ହେଲେ ଦିବଂଗତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

0
(0)

ପଞ୍ଚଭୂତରେ ବିଲୀନ ହେଲେ ଦିବଂଗତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧା

ଆଜି ପଞ୍ଚଭୂତରେ ବିଲୀନ ହେଲେ ଦିବଂଗତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ପୁରୀ ସ୍ୱର୍ଗଦ୍ୱାରରେ ଦେବେନ୍ଦ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ ହେଲା। ଗତକାଲି ସ୍ୱର୍ଗତ ପ୍ରଧାନଙ୍କ ମରଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠି ଶ୍ରଦ୍ଧାଞ୍ଜଳି ଜଣାଇବାକୁ ପହଞ୍ଚିଥିଲେ ଦଳ ମତ ନିର୍ବିଶେଷରେ ବହୁ ରାଜନେତା ଓ ବିଶିଷ୍ଟ ବ୍ୟକ୍ତି।

ସ୍ୱର୍ଗତ ପ୍ରଧାନଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀ ଶେଷ ଦର୍ଶନ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ପରେ ସେଠାରୁ ପାର୍ଥିବ ଶରୀରକୁ ରାଜ୍ୟ ବିଜେପି ମୁଖ୍ୟାଳୟକୁ ନିଆଯାଇଯାଇଥିଲା। ସେଠି ଶେଷ ଦର୍ଶନ ପାଇଁ ବିଜେପି ନେତାଙ୍କ ଭିଡ଼ ଲାଗିଥିଲା।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ରାଜ୍ୟ ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସହ ବିଜେପିର ଅଧିକାଂଶ ବିଧାୟକ ଏବଂ ଦଳୀୟ ନେତା ପ୍ରମୁଖ ସେଠି ଉପସ୍ଥିତ ରହିଥିଲେ। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନ୍ତିମ ଦର୍ଶନ ସରିବା ପରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ପୁଅ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରାଚୀ ବାସଭବନକୁ ଅଣାଯାଇଥିଲା। ସେଠାରେ ନେତାଙ୍କଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ। ଆଜି ସକାଳେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଅଣାଯାଇଥିବା ବେଳେ, ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି ବହୁ ମାନ୍ୟଗଣ୍ୟ ବ୍ୟକ୍ତି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE