ରାଜ୍ୟ

ବଢ଼ିଲା ଇ-କେୱାଇସି ଅପଡେଟ୍ ଅବଧି

0
(0)

ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାରଯୁକ୍ତ ଇ-କେୱାଇସି କରାଇ ପାରିବେ । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସୂଚନା , ହିତାଧିକାରୀଙ୍କ ଆଧାରଭିତ୍ତିକ ଇ-କେୱାଇସି ପ୍ରକ୍ରିୟା ଜାରି ରହିଛି ।

ଏହା ସମସ୍ତ ୧୧,୮୨୭ ଗୋଟି ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବାରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ ଜାରି ରହିଛି । ଏହା ବ୍ୟତୀତ ଅଦ୍ୟାବଧି ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନଙ୍କୁ ପ୍ରତ୍ୟେକ ମାସର ପି.ଡ଼ି.ଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି ।

କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେୱାଇସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ । ଏହି ପ୍ରକ୍ରିୟା ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତଚାଲୁରହିବ ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE