ଜାତୀୟ

ସୋନିଆଙ୍କ ବିରୋଧରେ ମାମଲା ରୁଜୁ

0
(0)

ରାଷ୍ଟ୍ରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଘଟଣା  ।  ସୋନିଆ, ରାହୁଲ ଓ ପ୍ରିୟଙ୍କା ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ। ବଜେଟ୍‌ ଅଧିବେଶନର ପ୍ରଥମ ଦିବସରେ ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ  ରାଷ୍ଟ୍ରପତିଙ୍କୁ ପୁଅର ଲେଡି ବୋଲି କହିବା ମନ୍ତବ୍ୟକୁ ନେଇ ରାଜନୀତି ସରଗରମ ରହିଛି ।
ଏହି ମାମଲାରେ  ସୋନିଆ ଗାନ୍ଧୀଙ୍କ ବିରୋଧରେ ମୁଜାଫରପୁର କୋର୍ଟରେ ମାମଲା ରୁଜୁ ହୋଇଛି । ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦକୁ ଅସମ୍ମାନ କରିଥିବା ଅଭିଯୋଗରେ ସୋନିଆଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ସ୍ଥାନୀୟ ଆଇନଜୀବୀ ସୁଧୀର ଓଝା ଶନିବାର  କୋର୍ଟରେ ଅଭିଯୋଗ ଦାଖଲ କରିଛନ୍ତି  ।

ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସହ-ଅଭିଯୁକ୍ତ ଭାବେ ଘୋଷଣା କରିବା ସହ ସେମାନଙ୍କ ବିରୋଧରେ ମଧ୍ୟ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଓଝା ଦାବି କରିଛନ୍ତି । ବଜେଟ୍ ଅଧିବେଶନ ପୂର୍ବରୁ ସଂସଦରେ ରାଷ୍ଟ୍ରପତି ମୁର୍ମୁଙ୍କ ମିଳିତ ଅଭିଭାଷଣ ପରେ ଏହି ବିବାଦ ଉପୁଜିଥିଲା। ଯେତେବେଳେ  ସାମ୍ବାଦିକମାନେ ସୋନିଆ ଗାନ୍ଧୀଙ୍କୁ ରାଷ୍ଟ୍ରପତିଙ୍କ ଭାଷଣ ବିଷୟରେ ପଚାରିଥିଲେ, ସେ କହିଥିଲେ- ‘ଶେଷ ବେଳକୁ ରାଷ୍ଟ୍ରପତି ବହୁତ ଥକି ଯାଉଥିଲେ। ସେ କହିପାରୁନଥିଲେ, ବିଚାରୀ ମହିଳା ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE