ବାତ୍ୟା ମୋନ୍ଥା ରେ ପ୍ରଥମ ମୃତ୍ୟୁ
ଯୋଗାଣ ସହାୟକ ସୁରେନ୍ଦ୍ର ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ଆଣିବା ସହିତ ସେମାନଙ୍କ ରହଣୀ ଓ ଖାଦ୍ୟପେୟ ବ୍ୟବସ୍ଥା ବୁଝୁଥିଲେ । ସୁରେନ୍ଦ୍ର ନିଜ ଡ୍ୟୁଟି ସାରି ଖାଇବା ପରେ ଶୋଇବାକୁ ଯାଇଥିଲେ ।
ଏହି ସମୟରେ ହଠାତ୍ ସେ ଅସୁସ୍ଥ ହୋଇପଡ଼ିଥିଲେ । ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା ।
ହେଲେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଡାକ୍ତର ସୁରେନ୍ଦ୍ର ଗମାଙ୍ଗଙ୍କୁ ମୃତ ଘୋଷଣା କରିଥିଲେ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
