କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ଗତ ୨୦୨୩ ମସିହାରେ ସେ କଂଗ୍ରେସରେ ଯୋଗ ଦେଇଥିଲେ । ଜୟରାମ ଗତ ୪ ଥର ବିଧାୟକ ହୋଇଥିବା ବେଳେ ଥରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ସେ ଗତ ୧୯୭୭ରେ ଜନତା ପାର୍ଟି ଟିକେଟ୍ରେ ପଟ୍ଟାଙ୍ଗୀ ଆସନରୁ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୯୦ରେ ସେ ଏହି ଆସନରୁ ବିଜୟୀ ହୋଇଥିଲେ।
ସେହିପରି ଗତ ୨୦୦୦ ଏବଂ ୨୦୦୪ରେ ଜୟରାମ ବିଜେଡି ଟିକେଟ୍ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ ଦର୍ଶାଇଛନ୍ତି । ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା କହିଛନ୍ତି ।
୨୦୦୯ରେ ସେ ବିଜେଡିରୁ କୋରାପୁଟ ଲୋକ ସଭାକୁ ନିର୍ବାଚିତ ହୋଇ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଅବକାରୀ ମନ୍ତ୍ରୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ସେହିପରି ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ଭାଜପାରୁ କୋରାପୁଟ ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇ ନିର୍ବାଚନରେ ପରାଜିତ ହୋଇଥିଲେ। ବର୍ତ୍ତମାନ ସେ ପୁଣି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । କହିରଖୁଛୁ କି, ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ବ ନେଉଛନ୍ତି ଜୟରାମ ।
