ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,୪ ଜିଲ୍ଲାକୁ ରେଡ୍ ଆଲର୍ଡ
ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହେବ । ଫଳରେ ଉତ୍ତର ଓଡିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ବରରେ ପ୍ରବଳ ବର୍ଷା ଲାଗି ରହିଛି । ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ ଓ ଝଟକା ପବନ ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷା ଜାରି ରହିବ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଜି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ୪ଜିଲ୍ଲା ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର ଓ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେପଟେ ବାକି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଦରଣର ବର୍ଷା ହେବ । ସାରା ରାଜ୍ୟରେ ବର୍ଷା ସହ ପ୍ରବଳ ବଜ୍ରପାତ ଓ ଝଟକା ପବନ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।
ଅନ୍ୟପଟେ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ମାଲକାନଗିରି, ରାୟଗଡ଼ା ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଓ ସୋନପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକା ପବନ ୪୦-୪୦ କିଲୋମିଟର ବେଗରେ ବହିବା ସହିତ ବଜ୍ରପାତ ଓ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
୪ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ ଓ ସମ୍ବଲପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହେପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ଘଣ୍ଟାପ୍ରତି ଝଟକା ପବନର ବେଗ 30-40 କିଲୋମିଟର ବେଗରେ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।
