ଲଘୁଚାପ ପ୍ରଭାବରେ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ତେଣୁ ଏ ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।