ରାଜ୍ୟ

ପୁରୀରେ ବିମାନବନ୍ଦର ଅନୁମୋଦନ ପାଇଁ ପ୍ରଧାନମନ୍ତ୍ରୀ ଓ ବେସାମରିକ ଚଳାଚଳ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

0
(0)

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ କେନ୍ଦ୍ର ସରକାର ଦେଶବ୍ୟାପୀ ବିମାନ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ସଂକଳ୍ପବଦ୍ଧ ଅଛନ୍ତି । ଏହି କ୍ରମରେ ଆଉ ଏକ ପଦକ୍ଷେପ ନେଇଛନ୍ତି ସରକାର । ଓଡ଼ିଶାର ପୁରୀ ଏବଂ ରାଜସ୍ଥାନର କୋଟାରେ ନୂଆ ବିମାନ ବନ୍ଦର ନିର୍ମାଣକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ କିଞ୍ଜରପୁ ଗତକାଲି ଏହି ଦୁଇଟି ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣକୁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ରର ମଞ୍ଜୁରୀ ପରେ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବେସାମରିକ ଚଳାଚଳ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି ନିଷ୍ପତ୍ତି ଫଳରେ ଧାର୍ମିକ ପର୍ଯ୍ୟଟନ କ୍ଷେତ୍ରକୁ ବଳ ମିଳିବ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ସହିତ ଆଞ୍ଚଳିକ ବିକାଶ ଏବଂ ଅଞ୍ଚଳକୁ ସାମଗ୍ରିକ ଯୋଗାଯୋଗ କ୍ଷେତ୍ରରେ ଅନେକ ସୁଧାର ଆସିଯିବ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।ଆଗାମୀ ୩ ବର୍ଷ ଭିତରେ ଏହାର ନିର୍ମାଣ କାର୍ଯ୍ୟ ସାରିବା ପାଇଁ ଟାର୍ଗେଟ ରଖାଯାଇଛି । ପିପିପି ମୋଡରେ ନିର୍ମାଣ ହେବାକୁ ଥିବା ଏହି ବିମାନ ବନ୍ଦର ପାଇଁ ୨୨୦୩ କୋଟି ଟଙ୍କା ଖର୍ଚ୍ଚ ହେବ । ବର୍ଷକୁ ୪୬ଲକ୍ଷ ଯାତ୍ରୀଙ୍କର ଯାତାୟତର ବ୍ୟବସ୍ଥା ରହିବ । ଏହି ବିମାନ ବନ୍ଦର ନିର୍ମାଣ ହେଲେ ପୁରୀକୁ ଅଧିକରୁ ଅଧିକ ପର୍ଯ୍ୟଟକ ଏବଂ ଭକ୍ତ ଆସିବା ସହ ପର୍ଯ୍ୟଟନ ଓ ଅର୍ଥନୀତି କ୍ଷେତ୍ରରେ ପୁରୀ ବେଶ ସମୃଦ୍ଧ ହେବ ।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ସମୃଦ୍ଧ ଓଡିଶା ଗଠନ ଲକ୍ଷ୍ୟରେ ରାଜ୍ୟରେ ବ୍ୟାପକ ଭିତ୍ତିଭୂମିର ବିକାଶ ସହିତ ଶିଳ୍ପ ବିକାଶ ଉପରେ ଗୁରୁତ୍ୱ ଆରୋପ କରୁଛନ୍ତି । ରାଜ୍ୟରେ ବିଭିନ୍ନ ବିମାନ ଚଳାଚଳ ଭିତ୍ତିଭୂମିର ସୁଦୃଢୀକରଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ପୁରୀ ସହିତ ପାରାଦୀପରେ ମଧ୍ୟ ଏକ ନୂଆ ବିମାନ ବନ୍ଦର କରିବାର ଯୋଜନା ରହିଛି । ପୁରୀ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିବା ପରେ ଆହୁରି ଅଧିକ ଜାତୀୟ ଓ ଅନ୍ତର୍ଜାତୀୟ ପର୍ଯ୍ୟଟକ ଓଡିଶା ଆସିବାର ସୁଯୋଗ ପାଇବେ । ଏଥିସହ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE