ହୋଇନାହିଁ କିଛି କ୍ଷତି,ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା
ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା। ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା। ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ଦାନା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କରିଥିଲା ସ୍ଥଳଭାଗ।
ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ। ଫଳରେ ଟଳିପଡ଼ିଥିଲା ଅନେକ ଗଛ। ଭାଙ୍ଗି ଯାଇଥିଲା ଚାଳ ଛପର ଘର ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏବେ ଏହା ଧାମରାଠାରୁ ଉତ୍ତରକୁ ୧୫ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି।
ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସରିବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଆଜି ପୂର୍ବାହ୍ନରେ ଦୂର୍ବଳ ହେବ ଦାନା।
Related posts:
ବାରହା ଜାଲରେ ବାଘNovember 7, 2024
ଚଳିତ ବର୍ଷ ଉଭୟ ଉପର ଓ ତଳ ପଡିଆରେ ହେବ ବାଲିଯାତ୍ରାNovember 7, 2024
ଖସିଲା ସୁନା ଦର, ଦୋକାନରେ ଲାଗିଲା ଭିଡ଼November 7, 2024
ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମNovember 7, 2024
ପୂର୍ଣ୍ଣିମା ଆଲୋକରେ ହେବ ହାତୀ ଗଣନାNovember 7, 2024
ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭNovember 7, 2024