ରାଜ୍ୟ

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0
(0)

ବିଧାନସଭାରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ବଜେଟ୍‌ ୨୦୨୫-୨୬ ଉପସ୍ଥାପନ କରିଛନ୍ତି । ବିଜେପି ସରକାରର ଏହା ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌। ଏହି ବଜେଟ୍‌ରେ ସବୁ କ୍ଷେତ୍ରକୁ ଗୁରୁତ୍ବ ଦେଇଛନ୍ତି ସରକାର । ମୁଖ୍ୟମନ୍ତ୍ରୀଙ୍କ ଅନୁସାରେ, ରାଜ୍ୟର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ । ଉତ୍କର୍ଷ ଓଡ଼ିଶା ଜରିଆରେ ୫୯୩ ପ୍ରକଳ୍ପକୁ ଗ୍ରହଣ କରାଯାଇଛି । ମୋଟ ୧୬ ଲକ୍ଷ ୭୩ ହଜାର କୋଟି ପୁଞ୍ଜି ନିବେଶ ଲକ୍ଷ୍ୟ ରଖିଛନ୍ତି ସରକାର । ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ଦେବା ନେଇ ସରକାର ଆଶାବାଦୀ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବଜେଟ୍‌ ଉପସ୍ଥାପନ ସମୟରେ ମୁଖ୍ୟମନ୍ତ୍ରୀ କ’ଣ କହିଛନ୍ତି ଏବଂ କେଉଁ କ୍ଷେତ୍ରକୁ କେତେ ଟଙ୍କା ଆବଣ୍ଟିତ ହୋଇଛି ଆସନ୍ତୁ ଜାଣିବା ।

-ଶିକ୍ଷା, ସ୍ବାସ୍ଥ୍ୟ କ୍ଷେତ୍ରରେ ଅଧିକ ସମ୍ବଳ ବିନିଯୋଗ ଲକ୍ଷ୍ୟ

-ଗ୍ରାମାଞ୍ଚଳରେ ଅଧିକ ପୁଞ୍ଜି ନିବେଶ କରି ବିକାଶ

-ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ପାଇଁ ୨୯୩ କୋଟି ରଖାଯାଇଛି

-ଓୟୁଏଟି ପାଇଁ ୫୧୧ କୋଟିର ବ୍ୟୟବରାଦ ହୋଇଛି

-ଚଳିତ ବର୍ଷ ଲୋୟର ସୁକତେଲ ପ୍ରକଳ୍ପ କାର୍ଯ୍ୟ ସରିବ

-କୃଷି ପାଇଁ ଏଥର ବଜେଟ୍‌ରେ ୩୭,୮୦୦ କୋଟି ବ୍ୟୟ ଅଟକଳ

– ଗତବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ

-ସିଏମ୍‌ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି

-ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି

-ମିଲେଟ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି

-ମିଲେଟ ପାଇଁ ଏମ୍‌ଏସ୍‌ପି ୪୨୯୦

-ମତ୍ସ୍ୟ ଓ ପଶୁପାଳନ ପାଇଁ ୧୯୦୯ କୋଟି

-ମତ୍ସ୍ୟ, ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଲକ୍ଷ୍ୟ

-ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ

-ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି

-ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି

-ଜଳସମ୍ପଦ ବିଭାଗରେ ମୁହାଣ ଖନନ ପାଇଁ ୩୮୬ କୋଟି ଅଟକଳ

-ହୀରାକୁଦ ଡ୍ୟାମ୍‌ର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ହେବ

-ଅନ୍ୟାନ୍ୟ ଡ୍ୟାମ ଉନ୍ନତି ପାଇଁ ଖର୍ଚ୍ଚ ହେବ ୫୭ କୋଟି

-ନଳକୂପଗୁଡ଼ିକ ପାଇଁ ବଜେଟ୍‌ରେ ୧୧୫୦ କୋଟି ରହିଛି

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE