ରାଜ୍ୟ

ଓଡ଼ିଶା ବେସାମରିକ ସେବାରେ ସର୍ବୋଚ୍ଚ ବୟସ ସୀମା ୪୨କୁ ବୃଦ୍ଧି

0
(0)

କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି । ଓଡ଼ିଶା ବେସାମରିକ ସେବାରେ ସର୍ବୋଚ୍ଚ ବୟସ ସୀମା ୪୨କୁ ବୃଦ୍ଧି କରାଯାଇଛି । ଯାହାକି ପୂର୍ବରୁ ୩୨ ବର୍ଷ ଥିଲା । ଓଡ଼ିଶା ବେସାମରିକ ସେବା ନିୟମାବଳୀ ୧୯୮୯ର ସଂଶୋଧନ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ଅର୍ଥାତ ସରକାରୀ ଚାକିରିରେ ବୟସ ସୀମାକୁ ବଢ଼ାଯାଇ ୪୨ ବର୍ଷ କରାଯାଇଛି । ତେବେ ପୁଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ଇତ୍ୟାଦି ୟୁନିଫର୍ମ ସେବା କ୍ଷେତ୍ରରେ ଏହା ଲାଗୁ ହେବ ନାହିଁ । କେବଳ ସେତିକି ନୁହେଁ ଏସସି, ଏସଟି, ପଛୁଆବର୍ଗ, ମହିଳା, ଭିନ୍ନକ୍ଷମ ବ୍ୟକ୍ତି ଓ ଅବସରପ୍ରାପ୍ତ ସୈନିକଙ୍କ କ୍ଷେତ୍ରରେ ସରକାରଙ୍କ ଦ୍ୱାରା ବିଭିନ୍ନ ସମୟରେ ଜାରି ହେଉଥିବା ନିୟମାବଳୀ ଅନୁସାରେ ସର୍ବୋଚ୍ଚ ବୟସସୀମା କୋହଳ ହେବ ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୫ ବଡ଼ ନିଷ୍ପତ୍ତି ନିଆଯାଇଛି । ବୟସ ସୀମାକୁ ବଢ଼ାଯିବା ସହ AI କ୍ଷେତ୍ରରେ ଷ୍ଟାର୍ଟଅପକୁ ପ୍ରୋତ୍ସାହନ ଦିଆଯିବ । AI ନୀତିକୁ ଅନୁମୋଦନ ମିଳିଛି, ରାଜ୍ୟରେ AI ମିଶନ୍ ଓ AI ସେଲ୍ ଆରମ୍ଭ କରାଯିବ । ସେହିଭଳି ଢେଙ୍କାନାଳ ଯୋରନ୍ଦା ସ୍ଥିତ ମହିମା ଗାଦିର ଉନ୍ନତିମୂଳକ କାର୍ଯ୍ୟ ଓ ଶୂନ୍ୟ ମଣ୍ଡପ ନିର୍ମାଣକୁ କ୍ୟାବିନେଟରେ ଅନୁମୋଦନ ମିଳିଛି । ଏହାସହ ୩୬ ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଜଗତସିଂହପୁରରେ ଥିବା JSW ନିର୍ମାଣ କରିବ ନିଜସ୍ୱ ଜେଟି, ଏଥିପାଇଁ ରାଜ୍ୟ ସରକାର ଓ JSW ମଧ୍ୟରେ ଚୁକ୍ତିନାମାକୁ ଅନୁମୋଦନ କରିଛି କ୍ୟାବିନେଟ । ୩୪୫୦ ଲୋକଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ନିଯୁକ୍ତି ମିଳିବ । ଓଡ଼ିଶା ଚକ୍ଷୁ ସେବା ପାଇଁ ୧୪୧ଟି ନୂଆ ପଦବୀ ସୃଷ୍ଟି ହେବା ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE