ରାଜ୍ୟ

କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0
(0)

କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଙ୍କ ସହ ରାଜ୍ୟପାଳ ହରିବାବୁ କୁମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବି ନୀଳମାଧବ ମନ୍ଦିରରେ ପହଞ୍ଚି ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ଦିବ୍ୟ ଦର୍ଶନ ପାଇଁ ସେବାୟତଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ନୀଳମାଧବଙ୍କ ଦର୍ଶନ ସାରି ରାଷ୍ଟ୍ରପତି ମୁର୍ମୁ କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନ ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସେ ପ୍ରଥମେ ବିଶ୍ବାବସୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମହାଯଜ୍ଞରେ ସାମିଲ ହୋଇଥିଲେ । ଏହାପରେ ବିଶ୍ବାବସୁ ଶବର ସମାଜ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ମହାମହିମଙ୍କ ସହିତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ସ୍ଥାନୀୟ ବିଧାୟକ ସାମିଲ୍ ଅଛନ୍ତି । ଏହି କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ । ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ଆସନ୍ତାକାଲି (ମଙ୍ଗଳବାର) ସକାଳ ୯ଟାରେ ଦିଲ୍ଲୀ ଅଭିମୁଖେ ଫେରିଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ବର ବିମାନ ବନ୍ଦରରୁ ନୟାଗଡ଼ ଯାଏଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE