ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |
Related posts:
ଆଜି ବି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜJanuary 15, 2025
ବିସ୍କୁଟ ପ୍ୟାକେଟରେ ୪ କୋଟିର ନିଶାJanuary 15, 2025
କେନ୍ଦୁଝର ପାଇଁ ବଡ଼ ଘୋଷଣା , ନିର୍ମାଣ ହେବ ମେଗା ଷ୍ଟିଲ ପ୍ଲାଣ୍ଟJanuary 15, 2025
ଜନସାଧାରଣଙ୍କ ପାଇଁ ଖୋଲିଲା ରାଜଭବନ ଉଦ୍ୟାନJanuary 14, 2025
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀରJanuary 14, 2025
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025