ଆସୁଛି ଆଉ ଏକ ବଡ଼ ବର୍ଷା
ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ । ଏପରିକି ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ବି ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠାରୁ ବର୍ଷାର ପରିମାଣ ବଢିବା ସହ ଅତି ପ୍ରବଳ ବର୍ଷା ନେଇ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହାସହ ପ୍ରବଳ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୪ ତାରିଖରେ ଅର୍ଥାତ୍ ଆସନ୍ତାକାଲି ପାଇଁ ମୟୁରଭଞ୍ଜ, ସୁନ୍ଦରଗଡ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ସହ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।