କ୍ରୀଡା

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ଚାମ୍ପିୟନ

0
(0)

ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ମଙ୍ଗଳବାର ଇତିହାସ ସୃଷ୍ଟି କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ପଞ୍ଜାବ କିଙ୍ଗସକୁ ୬ ରନରେ ହରାଇ ଚାମ୍ପିୟନ ହୋଇଛି ବିରାଟ କୋହଲିଙ୍କ ଦଳ ଆରସିବି । ଏହା ସହିତ ଆରସିବିର ଦୀର୍ଘ ୧୭ ବର୍ଷ ପ୍ରତୀକ୍ଷାର ଅନ୍ତ ହୋଇଛି । ଏହା ପୂର୍ବରୁ ଏହି ଦଳ ୩ ଥର ଫାଇନାଲକୁ ଯାଇଥିଲେ ବି ଚାମ୍ପିୟନ ହୋଇପାରିନଥିଲା । ୧୯୧ ରନର ପିଛା କରୁଥିବା ପଞ୍ଜାବ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୮୪ ରନ କରିପାରିଥିଲା । ଦଳ ପକ୍ଷରୁ ଶଶାଙ୍କ ସିଂ ୬୧ ରନ, ଜୋସ ଇଂଗଲିସ ୩୯ ରନ, ପ୍ରଭସିମରନ ସିଂ ୨୬ ଓ ପ୍ରିୟାଂଶ ଆର୍ଯ୍ୟା ୨୪ ରନ କରିଥିଲେ । ଦଳ ପକ୍ଷରୁ ଭୁବନେଶ୍ବର କୁମାର ଓ କୃନାଲ ପାଣ୍ଡ୍ୟା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ଏହି ମ୍ୟାଚରେ ପଞ୍ଜାବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁର ଦୁଇ ଓପନର ଫିଲିପ ସଲ୍ଟ ଓ ବିରାଟ କୋହଲି ଆରମ୍ଭରୁ ସତର୍କତାର ବ୍ୟାଟିଂ କରିଥିଲେ । ତେବେ ସଲ୍ଟ ମାତ୍ର ୧୬ ରନ କରି ଆଉଟ ହୋଇଥିଲେ । ଏହା ପରେ ବିରାଟ କୋହଲି ଓ ମୟଙ୍କ ଅଗ୍ରଓ୍ବାଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ମୟଙ୍କ ୨୪ ରନ କରିଥିବାବେଳେ ବିରାଟ ୪୩ ରନ କରିଥିଲେ । ସେହିପରି ରଜତ ପଟିଦାର ୨୬ ରନ କରିଥିବାବେଳେ ଲିଆମ ଲିଭିଙ୍ଗଷ୍ଟୋନ ୨୫ ରନ କରିଥିଲେ । ଜିତେଶ ଶର୍ମା ୨୪ରନ ଓ ରୋମାରିଓ ସେଫର୍ଡ ୧୭ ରନ କରିଥିଲେ । ଦଳ ନିର୍ଦ୍ଧାରିତ ୨୦ ଓଭରରେ ୧୯୦ ରନ କରିଥିଲା । ପଂଜାବ ପକ୍ଷରୁ ଅର୍ଶଦୀପ ସିଂ ଓ କାଇଲ ଜେମିସନ ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE